NEWS

Horoscope: ସମୟ ଖରାପ ଥିବାରୁ କୌଣସି କାମ ସଫଳ ହେବନି, ଆୟ ଠାରୁ ବ୍ୟୟ ଅଧିକ ହେବ

ଅଯଥା ଟଙ୍କା ଖର୍ଚ୍ଚ ହେବ, ପରିବାରରେ ଅଶାନ୍ତି ଦେଖାଦେବ ଡିସେମ୍ବରରେ କେମିତି ରହିବ ଆପଣଙ୍କ ଦିନ? କଣ କହୁଛି ଆପଣଙ୍କ ଗ୍ରହର ସ୍ଥିତି? ରାଶି ପରିବର୍ତ୍ତନ କରିବେ ମଙ୍ଗଳ, ୩ ରାଶିଙ୍କ ହେବ ଆକସ୍ମିକ ଧନ ଲାଭ ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ । ... ... ... ହୋମ୍ » ଓଡ଼ିଶା ନ୍ୟୁଜ୍ » ଓଡ଼ିଶା » Horoscope: ସମୟ ଖରାପ ଥିବାରୁ କୌଣସି କାମ ସଫଳ ହେବନି, ଆୟ ଠାରୁ ବ୍ୟୟ ଅଧିକ ହେବ Horoscope: ସମୟ ଖରାପ ଥିବାରୁ କୌଣସି କାମ ସଫଳ ହେବନି, ଆୟ ଠାରୁ ବ୍ୟୟ ଅଧିକ ହେବ Horoscope: କୌଣସି କାର୍ଯ୍ୟ ସାଧନ କ୍ଷେତ୍ରରେ ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। Odia Last Updated : December 03, 2023, 07:34 IST Other, India Share this: Odia ସମ୍ବନ୍ଧିତ ଖବର ଅଯଥା ଟଙ୍କା ଖର୍ଚ୍ଚ ହେବ, ପରିବାରରେ ଅଶାନ୍ତି ଦେଖାଦେବ ଡିସେମ୍ବରରେ କେମିତି ରହିବ ଆପଣଙ୍କ ଦିନ? କଣ କହୁଛି ଆପଣଙ୍କ ଗ୍ରହର ସ୍ଥିତି? ରାଶି ପରିବର୍ତ୍ତନ କରିବେ ମଙ୍ଗଳ, ୩ ରାଶିଙ୍କ ହେବ ଆକସ୍ମିକ ଧନ ଲାଭ ମେଷ: ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନରେ ଖୋଜୁଥିବା ଜିନିଷଟି ପାଇ ଖୁସି ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ। ବୃଷ : ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳଲୋକଙ୍କ କଥାକୁ ସତ ମଣି ଘରେ ଝଗଡ଼ା ହେବ। ମିଥୁନ : ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପି ରୋଜଗାର ଠାରୁ ଖର୍ଚ୍ଚ ବଳିଯିବ। କର୍କଟ : କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ କିନ୍ତୁ ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତା ପାଇବେ ନାହିଁ । ଉଚ୍ଚ ପଦାଧିକାରୀଙ୍କ ନିକଟରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ସିଂହ : ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି । ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ । କନ୍ୟା : ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ଧାରକରଜ କରି ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି। ତୁଳା : ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚ ଭାର ଯୋଗୁ ଚିନ୍ତାପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପଢନ୍ତୁ: Smartphone: ମାତ୍ର ୫ ମିନିଟ୍‌ରେ ୬ ଲକ୍ଷ ଫୋନ୍ ବିକ୍ରି କଲା ଏହି କମ୍ପାନୀ! ଦାମ୍ ମାତ୍ର ଏତିକି ବିଛା : ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୂଆଁଇବାକୁ ବାଧ୍ୟ ହୋଇପାରନ୍ତି।ସୁସ୍ବାଦୁ ଭୋଜନ ଉପୋଭୋଗ କରିବେ। ଧନୁ : କୌଣସି କାର୍ଯ୍ୟ ସାଧନ କ୍ଷେତ୍ରରେ ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। କିନ୍ତୁ କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ। ସଭାସମିତିରେ ଆଲୋଚନାରେ ଏକମତ ହେବାକୁ ବାଧ୍ୟ ହେବେ । ମକର : ଆପଣଙ୍କ ପରାମର୍ଶ ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ, ଫଳରେ ପ୍ରଶଂସା ପାଇ ଖୁସୀ ହେବେ। ପ୍ରକାଶନ, ଏଜେନ୍ସିପ୍‌, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ଉପରିସ୍ଥଙ୍କ ନିର୍ଦ୍ଦେଶରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। ମାତ୍ର ରାସ୍ତାରେ ଅପରିଚିତ ବ୍ୟକ୍ତିବିଶେଷ ଚିନ୍ତାର କାରଣ ହୋଇପାରନ୍ତି। କୁମ୍ଭ : କର୍ମକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତୀକ୍ଷା କରିଥିବା କୌଣସି ଖବର ପାଇ ଖୁସି ହୋଇପାରନ୍ତି। ପାରିବାରିକ ସମସ୍ୟା, ହଜିଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିଯିବ। ଅଫିସରେ ଛୋଟ ଘଟଣାକୁ ଚିନ୍ତା କରି ଟେନ୍‌ସନରେ ରହିପାରନ୍ତି। ମୀନ : ଆଜିର ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ସାହିତ୍ୟ, ସାମ୍ବାଦିକତା କାମରେ ଉଚ୍ଚ ପ୍ରଶଂସା ପାଇବେ। କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନାକୁ ଏଡ଼ିହେବ ନାହିଁ। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ପଢନ୍ତୁ: Relationship Tips: ପାର୍ଟନରଙ୍କ ସହ ଭୁଲରେ ବି କରନ୍ତୁନି ଏମିତି, ସବୁଦିନ ପାଇଁ ଭାଙ୍ଗିଯିବ ସମ୍ପର୍କ Top Videos Published by: Deepak Prusty FIRST PUBLISHED : December 03, 2023, 07:34 IST ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ । Daily horoscope , Horoscope , Horoscope news , Today Horoscope ଫଟୋ ଗ୍ୟାଲେରୀ ... ... ... None

About Us

Get our latest news in multiple languages with just one click. We are using highly optimized algorithms to bring you hoax-free news from various sources in India.